ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା, ଆସନ୍ତାକାଲି ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା

ପୁରୀ(କେନ୍ୟୁଜ୍): ଆସନ୍ତାକାଲି ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା। ଆଜି ଅପରାହ୍ନ ୪ଟା ଯାଏ  ନବମୀ ସନ୍ଧ୍ୟା ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା।  ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏହାକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ଯ ଗ୍ରହଣ କରାଯାଇଛି।

ରଥଯାତ୍ରା ଭଳି ବାହୁଡ଼ା ଯାତ୍ରାରେ ବି କିଭଳି ସମୟ ପୂର୍ବରୁ ନୀତିକାନ୍ତି ସମାପ୍ତ କରାଯିବ, ସେ ନେଇ ଜିଲ୍ଲାପାଳଙ୍କ ସହ ଦଇତାପତି ନିଯୋଗର ଆଲୋଚନା ସରିଛି। ଚଳିତ ବର୍ଷ ସୁନାବେଶରେ ପ୍ରବଳ ଜନସମାଗମ ହେବାର ସମ୍ଭାବନାକୁ ଦୃଷ୍ଟିର ରଖି ରାତି ଗୋଟାଏ ଯାଏଁ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା କରାଯାଇଛି।

ତେବେ ନିଷ୍ପତି ଅନୁଯାୟୀ ଏଥର ସୁନାବେଶ ସମୟରେ ତିନି ବିଗ୍ରହଙ୍କ ସମ୍ମୁଖରେ କୌଣସି ସେବାୟତ ଉପସ୍ଥିତ ରହିବେ ନାହିଁ  । ଏହାସହିତ  ତିନି ରଥର ଉଭୟ ପାର୍ଶ୍ୱରେ ପାଇପ୍ ଲଗାଯିବା ନେଇ ବୈଠକରେ  ନିଷ୍ପତ୍ତି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.