ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।
ପୁରୀ (କେନ୍ୟୁଜ) : କାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ । ଏହାଦ୍ବାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।