Below header

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରାବଣ-ଶୁକ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।

ପୁରୀ (କେନ୍ୟୁଜ): ଆସନ୍ତାକାଲି ଶ୍ରାବଣ-ଶୁକ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।

ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ । ଏହାଦ୍ବାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.