ପୁରୀ: ଦୁଇଦିନ ପରେ ଆରମ୍ଭ ହେବ ହବିଷ୍ୟାଳିଙ୍କ କାର୍ତ୍ତିକ ବ୍ରତ,ଜିଲ୍ଲାପାଳ କଲେ ଅନ୍ତିମ ପ୍ରସ୍ତୁତି ବୈଠକ

ପୁରୀ(କେନ୍ୟୁଜ୍):ଦୁଇଦିନ ପରେ ହବିଷ୍ୟାଳିଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ହେବ । ଅକ୍ଟୋବର ୧୦ ତାରିଖରୁ ନଭେମ୍ବର ୮ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ରାଇଦାମୋଦର ପୂଜା ଓ ହବିଷ୍ୟାଳି ବ୍ରତ। ଏହାପୂର୍ବରୁ ହବିଷ୍ୟାଳିଙ୍କ ରହିବା ରହିବା, ମହାପ୍ରସାଦ ସେବନ, ଶ୍ରୀଜିଉଙ୍କୁ ଦର୍ଶନ, ପ୍ରବଚନ ଓ ଆଧ୍ୟାତ୍ମିକ ଆଲୋଚନା ଶୁଣିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଜି ଟାଉନ ହଲରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନ୍ତିମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ରାଜ୍ୟ ସରକାରଙ୍କ ହବିଷ୍ୟାଳି ଯୋଜନାକୁ ସଫଳ କରିବା ପାଇଁ ବୃନ୍ଦାବତୀ ନିବାସ,ବଗଲା ଧର୍ମଶାଳା,ବାଗେଡିଆ ଧର୍ମଶାଳା ଓ ମୋଚି ସାହି କଲ୍ୟାଣ ମଣ୍ଡପ ହବିଷ୍ୟାଳିଙ୍କ ରହଣୀ ସ୍ଥଳ ପ୍ରସ୍ତୁତ କରାଯାଇଛି । ରାଜ୍ୟର ୨୮ ଜିଲ୍ଲାରୁ ୨ହଜାର ୯୩୫ ଜଣ ହବିଷ୍ୟାଳି ପଞ୍ଜିକରଣ କରିଛନ୍ତି । ମା’ ମାନଙ୍କର ରହଣି ସମୟରେ ଯେପରି କୌଣସି ଅସୁବିଧା ନହୁଏ ସେଥିପ୍ରତି ଯତ୍ନବାନ ହେବାକୁ ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀଙ୍କୁ ପରାମର୍ଶ ଦିଆଯାଇଛି । ରହଣି ସମୟରେ ସ୍ୱାସ୍ଥ୍ୟ, ପରିମଳ,ପାନୀୟ ଜଳ, ବିଦ୍ୟୁତ ଯୋଗାଣ, ଆଇନ ଶୃଙ୍ଖଳା, ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା, ଦର୍ଶନ ବ୍ୟବସ୍ଥା,ଦର୍ଶନ ସମୟରେ ଟ୍ରାଫିକ ନିୟନ୍ତ୍ରଣ, ସ୍ୱେଛାସେବୀ ନିୟୋଜନକୁ ସୁନିୟନ୍ତ୍ରିତ କରାଯିବାର ବ୍ୟବସ୍ଥା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.