Below header

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସଜାଗ ହୋଇଛି ପୁରୀ ଜିଲ୍ଲା ପ୍ରଶାସନ, ଜୋରଦାର ଚଳାଇଛି ପ୍ରସ୍ତୁତି

ପୁରୀ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ସମ୍ପୁର୍ଣ୍ଣ ପ୍ରସ୍ତୁତ ହୋଇଛି । ଜିଲ୍ଲାପାଳ ବଲଓ୍ଵନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଜରୁରୀ ବୈଠକରେ ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ସମ୍ପୁର୍ଣ୍ଣ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଆଲୋକ, ଖାଦ୍ୟ, ପାନୀୟ ଓ ପଶୁଖାଦ୍ୟ ମହଜୁଦ ରଖିବାକୁ କୁହାଯାଇଛି । ଏନଡିଆରଏଫ ଓ ଓଡ୍ରାଫର ୩ଟି ଲେଖାଏ ଟିମ୍‌ ଜିଲ୍ଲାରେ ମୂତୟନ ରହିବେ । ବାତ୍ୟା ସମୟରେ ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ଡାକ୍ତରଖାନାରେ ଜେନେରେଟର ବ୍ୟବସ୍ଥା କରାଯିବା ନିର୍ଦ୍ଦେଶ ଦିଆଯାଇଛି । କହିରଖିବା ଉଚିତ ହେବକି, ଗତ ବର୍ଷ ଫନିରେ ରାଜ୍ୟରେ ପୁରୀ ଜିଲ୍ଲା ହିଁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା । ଏହି ସମ୍ଭାବ୍ୟ ବାତ୍ୟାରେ ରାଜ୍ୟର ୧୨ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ମୁକାବିଲା ଯୋଜନା ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବାତ୍ୟାକୁ ନେଇ ରାଜ୍ୟ ସରକାର ସମ୍ପୂର୍ଣ ରୂପେ ପ୍ରସ୍ତୁତ ଥିବା ସେ କହିଛନ୍ତି । ଗତ କାଲି ସମସ୍ତ ପ୍ରସ୍ତୁତ ପ୍ରକ୍ରିୟାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ସହ ପ୍ରଭାବିତ ହେବାକୁ ଥିବା ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଥିଲେ । ଆତଙ୍କିତ ନହୋଇ ସମ୍ଭାବ୍ୟ ବାତ୍ୟା ଅମ୍ଫାନ୍ର ମୁକାବିଲା କରିବା ପାଇଁ ସରକାରଙ୍କ ସହ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଅନୁରୋଧ କରିବା ସହ ODRAF, NDRF ଓ ଅଗ୍ନିଶମ ବାହିନୀକୁ ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି । ପ୍ରଭାବିତ ଆଶଙ୍କା ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବା ପାଇଁ ଯୋଜନା ମାନ ପ୍ରସ୍ତୁତ କରିବା ପାଇଁ କହିଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଭଦ୍ରକ ଜିଲ୍ଲା ବାସୁଦେବପୁରରେ ପ୍ରସ୍ତୁତି । ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ପାଇଁ କରାଯାଇଛି ବନ୍ଦୋବସ୍ତ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.