ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି ପାଇଛି । ବିଭିନ୍ନ ମେଡିକାଲରେ ୨୨ ଗୁରୁତର ଆହତଙ୍କ ଚିକିତ୍ସା ଚାଲିଛି । ଏନେଇ ସୂଚନା ମିଳିଛି ।
ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାଜୁ ରାଓ ମୃତ୍ୟୁବରଣ କରିଥିବା ବେଳେ ତାଙ୍କ ପୁଅର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି l ବାଣ ଫୁଟାଇବା ଘଟଣାରେ ସାମିଲ ଥିବା ଚନ୍ଦନ ଭୋଇ ମଧ୍ୟ ଗୁରୁତର ଅଛନ୍ତି l ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଅନୁକମ୍ପା ରାଶି । ବିସ୍ଫୋରଣ ବେଳେ କିଛି ଲୋକ ପାଣିକୁ ଡେଇଁ ପଡ଼ିଥିଲେ । ତେଣୁ କାଳେ କେହି ବୁଡ଼ି ଯାଇଥିବେ ଏଇ ସନ୍ଦେହରେ ଗତକାଲି ସ୍କୁବା ଡାଇଭର ଏବଂ ଓଡ୍ରାଫ ଟିମ୍ ଦ୍ୱାରl ପୁଷ୍କରିଣୀରେ ଖୋଜାଖୋଜି କରିବା ପରେ ମଧ୍ୟ କିଛି ମିଳି ନଥିଲା l ଗତ ବୁଧବାର ରାତିରେ ପୁରୀରେ ଭଉଁରୀ ଯାତ୍ରା ବେଳେ ବାଣ ବିସ୍ଫୋରଣ ହୋଇଥିଲା।