Below header

ପୁରୀ: ହରିହର ଛକଠାରୁ ଟାଉନ ହଲ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା

କୋର୍ଟ, ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ପୂର୍ଣ୍ଣ ବନ୍ଦ

ପୁରୀ: ଆଜି ପୁରୀରୁ ୧୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ଭିତରେ ଜଣେ ଆଇନଜୀବୀ ଥିବାବେଳେ ଜଣେ ମୋହରୀ ଥିବା ନେଇ ସୂଚନା ମିଳିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୀ ହରିହର ଛକଠାରୁ ଟାଉନ ହଲ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏହାସହ କୋର୍ଟ, ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ତାଲା ଲଗାଯାଇଛି ।

ଆଗାମୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ବଳତ୍ତର ରହିବ । ଜଣେ ଅଭିଯୁକ୍ତର ସ୍ୱାବ ପରୀକ୍ଷା ପରେ ତା ସଂସ୍ପର୍ଶରେ ଆସିଥିବା କୋର୍ଟ ଓ ଜେଲ କର୍ମଚାରୀଙ୍କ ସ୍ୱାବ ପରୀକ୍ଷା କରାଯାଇଥିଲା। ଅନ୍ୟ ମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଆଜିଠାରୁ ଆରମ୍ଭ ହେବ।

MAP

ସୂଚନା ଥାଉକି, ରାଜ୍ୟରେ ଆଜି ନୂଆ ୧୭୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୪୩୩୮ ଛୁଇଁଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା । ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଏମାନଙ୍କ ଭିତରୁ ୧୪୫ ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେକେ ବାକି ୩୦ ଜଣ ସ୍ଥାନୀୟ ବାସିନ୍ଦା ଥିବା ଜଣାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.