ରାଜ୍ୟ

ଆଗେଇ ଚାଲିଛି ରଥ ନିର୍ମାଣ: ଆଜିଠୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା

ପୁରୀ (କେନ୍ୟୁଜ): ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ୨୧ ଦିନ ଧରି ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା । ଏହି ଅବସରରେ ଶ୍ରୀଜୀଉଙ୍କ ଆଳଟ ଲାଗି ଓ ଚନ୍ଦନ ଲାଗି ହେବ। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ବୋଲି କହିଛନ୍ତି ଶ୍ରୀମନ୍ଦିରର ବରିଷ୍ଠ ସେବାୟତ। ଆଜ୍ଞାମାଳ ପାଇ ମଦନମୋହନ ଓ ଶ୍ରୀଦେବୀ ରୋହିଣୀ କୁଣ୍ଡ ନିକଟସ୍ଥ ଜଳକ୍ରୀଡା ମଣ୍ଡପକୁ ବିଜେ କରିବେ।

ସେପଟେ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣରେ ନିଜକୁ ନିୟୋଜିତ କରିଛନ୍ତି ମହାରଣା, ଭୋଇ, କମାର ଓ ରୂପକାର ସେବାୟତ । ୪ ତାରିଖ ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ପଡୁଥିବାବେଳେ ୪ ନାହାକା ଉଠିବାର ବିଧି ରହିଛି । ଗତ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ତିନି ରଥର ଛଅଟି ଚକ ଡେରାଯିବା ପରେ ଏବେ ଭୂଇଁ, ମୁହାଁଟି ଓ ନିରାଡି କାର୍ଯ୍ୟ ଜାରି ରହିଛି। ତେବେ ତିନି ରଥ ପାଇଁ ଆବଶ୍ୟକ ୪୨ଟି ଚକ ମଧ୍ୟରୁ ଆଜି ସୁଦ୍ଧା ୩୦ଟି ଚକର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା କହିଛନ୍ତି ମୁଖ୍ୟ ବିଶ୍ଵକର୍ମା।

Barsha

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

2 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

35 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

37 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

43 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

52 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

52 mins ago