ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ, ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ପୁରୀ(କେନ୍ୟୁଜ): ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଗକୁ ସ୍ନାନଯାତ୍ରା ଓ ରଥଯାତ୍ରା ଆସୁଥିବାରୁ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ।

ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍‌ପି ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ। ଆସନ୍ତା ଜୁନ୍‌ ୧୪ର ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ପୁରୀରେ ଏକ ଆଦର୍ଶ ଗୁରୁକୂଳ ନିର୍ମାଣ ପାଇଁ ବିର୍ଲା ଏଜୁକେସନ୍‌ ଟ୍ରଷ୍ଟ ସହ ବୁଝାମଣାପତ୍ର ସ୍ୱାକ୍ଷର ହେବାର ସୂଚନା ରହିଛି। ଏଥିପାଇଁ ଆଦର୍ଶ ଗୁରୁକୂଳ ସୋସାଇଟି ନାଁରେ ପଞ୍ଜିକରଣ ଓ ବାଇ ଲ ପ୍ରସ୍ତୁତ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.