ଅକ୍ଟୋବର ସୁଦ୍ଧା ସରିବ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ

ଅକ୍ଟୋବର ସୁଦ୍ଧା ସରିବ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ । ଶ୍ରୀମନ୍ଦିର ଚତୁଃପାର୍ଶରେ ଯାତ୍ରୀ ପରିକ୍ରମା ପ୍ରକଳ୍ପରେ ଭକ୍ତଙ୍କ ପାଇଁ ୯ଟି ପ୍ରବେଶ ପଥ ରହିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପାର୍ଶରେ ଓ ଏମାର ମଠ ନିକଟରେ ଦୁଇଟି ସ୍ଥାନରେ ୩ ହଜାର ଭକ୍ତଙ୍କ ପାଇଁ ହେବ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କକ୍ଷ।

ଅକ୍ଟୋବର ସୁଦ୍ଧା ସରିବ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ । ଶ୍ରୀମନ୍ଦିର ଚତୁଃପାର୍ଶରେ ଯାତ୍ରୀ ପରିକ୍ରମା ପ୍ରକଳ୍ପରେ ଭକ୍ତଙ୍କ ପାଇଁ ୯ଟି ପ୍ରବେଶ ପଥ ରହିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପାର୍ଶରେ ଓ ଏମାର ମଠ ନିକଟରେ ଦୁଇଟି ସ୍ଥାନରେ ୩ ହଜାର ଭକ୍ତଙ୍କ ପାଇଁ ହେବ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କକ୍ଷ। ଅବଢା ଯୋଜନା ସମୀକ୍ଷା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି।

ରଘୁନନ୍ଦନ ଲାଇବ୍ରେରୀ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି। ଗୋପାଳତୀର୍ଥ ମଠ ଓ ନାରାୟଣୀ ମନ୍ଦିରର ପୁନରୁଦ୍ଧାର କରାଯିବ। ଶ୍ରୀମନ୍ଦିର ଭିତରେ ଓ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁଂକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଏକ ଏଜେନ୍ସି ସହ ଆଲୋଚନା କରାଯାଇଛି। ମାର୍କେଣ୍ଡଶ୍ୱର ସାହିରେ ହେବ ଷ୍ଟାଫ କ୍ୱାର୍ଟର । ସେହିପରି ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ପୁଷ୍କରିଣୀର ପୁନରୁଦ୍ଧାର ଓ ସୋନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଉଛି।

ଯାତ୍ରୀ ପରିକ୍ରମା ପ୍ରକଳ୍ପ ଦ୍ବାରା ପ୍ରଭାବିତ ହୋଇଥିବା ୧୮ଟି ମଠ ଓ ଦୁଇଟି ମନ୍ଦିରର ମଧ୍ୟ ବିକାଶ କରାଯିବ। ଅକ୍ଟୋବର ସୁଦ୍ଧା ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ଆବାସ ଯୋଜନା ,ଜେଟିପି କର୍ମଚାରୀଂକ ପାଇଁ ବାରାକ୍,ଦିବ୍ୟାଙ୍କ ଭକ୍ତଙ୍କ ପାଇଁ ପୂର୍ବ ପରି ବ୍ୟବସ୍ଥା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.