ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁଠି କରିବେ ଗାଡି ପାର୍କିଂ

ପୁରୀ(କେନ୍ୟୁଜ): ଆସନ୍ତାକାଲି ହେଉଛି ଶ୍ରୀଜିଉଙ୍କ ସ୍ନାନଯାତ୍ରା । ରତ୍ନ ସିଂହାସନରେ ଦର୍ଶନ ଦେଉଥିବା ଚତୁର୍ଦ୍ଧାମୂର୍ତ୍ତି ଆଜି ଅଗଣିତ ଭକ୍ତଙ୍କୁ ସ୍ନାନବେଦିରୁ ଦର୍ଶନ ଦେବେ । ସ୍ନାନପୂର୍ଣ୍ଣିମା ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ରାତି ପାହିଲେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ସଜେଇ ହୋଇଛି ସ୍ନାନ ବେଦୀ । ରତ୍ନବେଦୀରୁ କାଲି ସ୍ନାନବେଦୀକୁ ବିଜେ ହେବେ ମହାପ୍ରଭୁ । ଆସନ୍ତା କାଲି ପବିତ୍ର ସ୍ନାନ ଯାତ୍ରା ଅବସରରେ ପୁରୀ ଏସପିଙ୍କ ସାମ୍ବାଦିକ ସମିଳନୀ । ଶ୍ରୀ ମନ୍ଦିର ଭିତର ବେଢାରେ ହେବ ସ୍ୱତନ୍ତ୍ର ବ୍ୟବସ୍ଥା ।

ଭିଆଇପିଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତ ମାନେ ମାର୍କେଟ ଛକରୁ ବାରିଗେଟ ଦେଇ ଶ୍ରୀ ମନ୍ଦିରରେ ପ୍ରବେଶ କରିବେ ପହଣ୍ଡି ଟିକେଟ ଦର୍ଶନ ଲାଗି ଦକ୍ଷିଣ ଦ୍ୱାରରେ ପ୍ରବେଶ କରିବେ । ଶ୍ରୀ ମନ୍ଦିର ଚାରିପଟେ ଏବଂ ମରଚି କୋଟ ଛକଠାରୁ ନୋ ଭେଇକିଲ ଜୋନ କରାଯାଇଛି ।

ଜେଲ ରୋଡ଼ରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ଶରଧାବାଲିରେ ମଟର ସାଇକେଲ ଷ୍ଟାଣ୍ଡ ହେବ । ଜଗନ୍ନାଥ ବଲ୍ଳଭ ପାର୍କିଙ୍ଗରେ ଚାରି ଚକିଆ ପର୍କିଙ୍ଗ କରାଯିବ । ମରଚିକୋଟ ଛକ ଠାରୁ ଗାଡି ଚଳା ଚଳ ବନ୍ଦ ରହିବ କେବଳ ପାସ ଧରି ଯାଇପାରିବେ ।

ଭକ୍ତ ସିଂହ ଦ୍ୱାରରେ ପ୍ରବେଶ କାରି ଅନ୍ୟ ଦ୍ୱାରରେ ପ୍ରସ୍ଥାନ କରିବେ । ମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ପୋଲିସ ଅଧିକାରୀ ନିୟୋଜିତ । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା କହିଛନ୍ତି ପୁରୀ ଏସ୍ପି ପିନାକ ମିଶ୍ର । ଆସନ୍ତା କାଲି ପାଇଁ ମୋଟ ୬୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ ।

Leave A Reply

Your email address will not be published.