ରାଜ୍ୟ

ଆଜିଠୁ ପୁରୀରେ ଆରମ୍ଭ ସାହିଯାତ: ଉଜ୍ଜଳ ଆଲୋକମାଳାରେ ଝଲସିବ ୭ ସାହି ଓ ୪୨ ଗଳିକନ୍ଦି

ପୁରୀ(କେନ୍ୟୁଜ୍): ରାମନବମୀଠାରୁ ପୁରୀରେ ଆରମ୍ଭ ହେଉଛି ସାହିଯାତ । ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର ସମେତ ବିଭିନ୍ନ ଯାଗା ଆଖଡ଼ା । ବୀରବାଦ୍ୟର ଶବ୍ଦରେ ପ୍ରକମ୍ପିତ ହେବ ଶ୍ରୀକ୍ଷେତ୍ର । ଉଜ୍ଜଳ ଆଲୋକମାଳାରେ ଝଲସିବ ୭ ସାହି ଓ ୪୨ ଗଳିକନ୍ଦି । ଏହାସହ ମଲ୍ଲୀଫୁଲ ମାଳାର ବାସ୍ନାରେ ମହକିବ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ରୀତିନୀତି ସହ ସାହିଯାତ ଜଡିତ।

ପ୍ରତିଦିନ ସାତ ସାହିରୁ ବାହାରିବାକୁ ଥିବା ଚରିତ୍ର ଗୁଡ଼ିକ ସାହି ପରିକ୍ରମା କରିବା ପରେ ଜଗନ୍ନାଥବଲ୍ଲଭ ମଠରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମାଙ୍କ ନୀତିରେ ସାମିଲ ହେବେ। ଶ୍ରୀରାମ ନବମୀ ଠାରୁ ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ଶେଷ ହେବା ପରେ ଆଜ୍ଞାମାଳ ପାଇ ଶ୍ରୀରାମ ଓ ଲକ୍ଷ୍ମଣଙ୍କ ଚଳନ୍ତି ବିଗ୍ରହ ପାଲିଙ୍କିରେ ବିଜେ ହୋଇ ଜଗନ୍ନାଥବଲ୍ଳଭ ମଠକୁ ଯାଇଥାନ୍ତି।

ସେଠାରେ ଯଜ୍ଞରକ୍ଷା, ଶିବଧନୁ ଭଙ୍ଗ, ସୀତାବିବାହ, ପର୍ଶୁରାମ ଲୀଳା, ମାୟାମୃଗ ଲୀଳା, ଲଙ୍କାପୋଡି ଲୀଳା ଓ ରାବଣବଧ ପରିବେଷଣ ହୋଇଥାଏ। ସାହିଯାତକୁ ଶୃଙ୍ଖଳିତ ଭାବେ ସଂପନ କରିବା ପାଇଁ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସାତ ସାହି ଆଖଡା ମୁରବୀଙ୍କ ସହ ଆଲୋଚନା ଶେଷ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି।

Sonalisa

Recent Posts

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

2 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

6 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

19 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

36 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago