ହୋମ୍ କ୍ୱାରେଣ୍ଟାଇନରେ ରହିଲେ ପୁରୀ ଗୋବର୍ଦ୍ଧନ ମଠର ମଠାଧୀଶ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜ

କେନ୍ୟୁଜ୍(ବ୍ୟୁରୋ):  ହୋମ୍ କ୍ୱାରେଣ୍ଟାଇନରେ ରହିଲେ ପୁରୀ ଗୋବର୍ଦ୍ଧନ ମଠର ମଠାଧିସ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜ । ମିଳିଥିବା ସୂଚନା ମୁତାବକ ଗତକାଲି ରାତିରେ ଶଙ୍କରାଚାର୍ଯ୍ୟ ଦିଲ୍ଲୀରୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି କାର ଯୋଗେ ମଠକୁ ଫେରିଥିଲେ। ଏହି ସମୟରେ ତାଙ୍କ ସାଙ୍ଗରେ ଥିଲେ ୧୪ ଜଣ ଶିଷ୍ୟ। । ଏହାପରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ହୋମ୍ କ୍ୱାରେଣ୍ଟିନରେ ରଖାଯାଇଛି । କରୋନା ମୁକାବିଲା ନେଇ କେନ୍ଦ୍ର ଓ ରାଜ୍ୟ ସରକାର ଯେଉଁ ନିଷ୍ପତି ଏବଂ ଆହ୍ୱାନ ଦେଉଛନ୍ତି ତାହାକୁ ସହୃଦୟତାର ସହ ଗ୍ରହଣ କରି ନିଜକୁ ହୋମ କ୍ୱାରେଣ୍ଟିନରେ ରଖିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.