Categories: ରାଜ୍ୟ

ଶ୍ରୀମନ୍ଦିର ସଂସ୍କାର ନେଇ ଆଜି ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବେ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ

ପୁରୀ(କେନ୍ୟୁଜ୍) : ଶ୍ରୀମନ୍ଦିର ସଂସ୍କାର ନେଇ ଆଜି ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବେ । ଏନେଇ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ମଠ ପକ୍ଷରୁ ରାଜ୍ୟ ସରକାରଙ୍କ ସହ ଉଚ୍ଚନ୍ୟାୟାଳୟ, ଆଇନ ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ସେବାୟତ ନିଯୋଗ, ବୁଦ୍ଧିଜୀବୀ ଓ ଭକ୍ତ ସମାଜକୁ ନିମନ୍ତ୍ରଣ କରାଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ ପ୍ରତିନିଧି, ଆଇନ ବିଭାଗ ପ୍ରତିନିଧି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଛତିଶାନିଯୋଗର ପ୍ରତିନିଧିଙ୍କ ସହ ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଗଜପତି ମହାରାଜ ଦିବ୍ୟସିଂହ ଦେବ ମଧ୍ୟ ଯୋଗଦେବେ ।

ଶ୍ରୀମନ୍ଦିରର ପରିଚାଳନାଗତ ସଂସ୍କାର ସହ ଉଚିତ ଦର୍ଶନ ବ୍ୟବସ୍ଥା, ନୀତିରେ ଶୃଙ୍ଖଳା ଆଣିବା ପାଇଁ ଶଙ୍କରାଚାର୍ଯ୍ୟ ସମସ୍ତ ବର୍ଗଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ଗତ ସଂଧ୍ୟାରେ ଶ୍ରୀମନ୍ଦିର ଦଇତାପତି ନିଯୋଗର ନବ ନିର୍ବାଚିତ ସଦସ୍ୟମାନେ ଶଙ୍କରାର୍ଯ୍ୟଙ୍କୁ ସାକ୍ଷାତ କରିବା ସହ ତାଙ୍କର ଆଶୀର୍ବାଦ କାମନା କରିଥିଲେ । ଶଙ୍କରାଚାର୍ଯ୍ୟଙ୍କ ଏପରି ପ୍ରଚେଷ୍ଠା ଦ୍ୱାରା ଶ୍ରୀମନ୍ଦିରର ସମସ୍ତ ବ୍ୟବସ୍ଥା ଶୃଙ୍ଖଳିତ ବୋଲି ମତ ପ୍ରକାଶ ପାଇଛି ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

29 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

43 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

58 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago