ରାଜ୍ୟ

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ, ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ

ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ। ଆସନ୍ତା ଜାନୁଆରୀ ୧୭ ତାରିଖରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବ। ଉଦଘାଟନୀ ଉତ୍ସବରେ ଯୋଗ ଦେବାକୁ ଆଜିଠାରୁ ଦେଶର ପ୍ରମୁଖ ଦେବପୀଠକୁ ନିମନ୍ତ୍ରଣ ପତ୍ର ଦିଆଯିବ । ପ୍ରଭୁ ଲିଙ୍ଗରାଜଙ୍କୁ ପ୍ରଦାନ କରାଯିବ ପ୍ରଥମ ନିମନ୍ତ୍ରଣ ପତ୍ର । ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ଦିଆଯିବ । ପରେ ବିଭିନ୍ନ ଦଳଗୁଡ଼ିକ ନିଜ ଗନ୍ତବ୍ୟସ୍ଥଳ ଉଦ୍ଦେଶ୍ୟରେ ଯାତ୍ରା କରିବେ।

ଏହି କାର୍ଯ୍ୟକ୍ରମକୁ ଅତ୍ୟନ୍ତ ଭବ୍ୟ ଭାବରେ ସମ୍ପାଦନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦେଶର ବିଭିନ୍ନ ଦେବପୀଠ ଓ ଧାର୍ମିକ ଗୁରୁମାନଙ୍କୁ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆମନ୍ତ୍ରଣ କରାଯିବ। ଏନେଇ ପୁରୀଠାରେ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ଶ୍ରୀମନ୍ଦିର କର୍ତ୍ତୃପକ୍ଷ, ଛତିଶା ନିଯୋଗ ଓ ସେବାୟତଙ୍କ ଉପସ୍ଥିତିରେ ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ହୋଇଛି।

୨୮ ତାରିଖ ସକାଳୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନିକଟରୁ ୨୩ଟି ଗାଡ଼ିରେ ନିମନ୍ତ୍ରଣର ବାର୍ତ୍ତା ନେଇ ପ୍ରତିନିଧିମାନେ ଯାତ୍ରା ଆରମ୍ଭ କରିବେ। ୧୩ଟି ଗାଡ଼ି ରାଜ୍ୟ ମଧ୍ୟରେ ବିଭିନ୍ନ ପ୍ରମୁଖ ଦେବପୀଠ, ଜଗନ୍ନାଥ ମନ୍ଦିରକୁ ନିମନ୍ତ୍ରଣ ପାଇଁ ବାହାରିବେ। ସେହିପରି ୧୭ଟି ଗାଡ଼ି ରାଜ୍ୟ ବାହାରକୁ ଯାତ୍ରା କରିବ।

Swagatika

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

6 hours ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

8 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

8 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

10 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

10 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

11 hours ago