ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି । ବୈଶାଖ-କୃଷ୍ଣ ଦ୍ୱାଦଶୀ ତିଥିରେ ଶ୍ରୀଜୀଉ- ମାନଙ୍କ ପଇତା ଲାଗି ନୀତି ଦ୍ୱିତୀୟ ଭୋଗମଣ୍ଡପ ପରେ ପରେ ଅନୁଷ୍ଠିତ ହେବ। ପଇତା ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

ପୁରୀ (କେନ୍ୟୁଜ୍‌) : ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ପଇତା ଲାଗି । ବୈଶାଖ-କୃଷ୍ଣ ଦ୍ୱାଦଶୀ ତିଥିରେ ଶ୍ରୀଜୀଉ- ମାନଙ୍କ ପଇତା ଲାଗି ନୀତି ଦ୍ୱିତୀୟ ଭୋଗମଣ୍ଡପ ପରେ ପରେ ଅନୁଷ୍ଠିତ ହେବ। ପଇତା ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

ଏହି ପଇତା ଲାଗି ସେବା ଦଇତାପତି ସେବକ ମାନଙ୍କର ଏକ ଗୋଷ୍ଠୀଗତ ସେବା । ଶ୍ରୀଜିଉଙ୍କ ଠାରେ ପ୍ରତ୍ୟୋକ ଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କ ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗା ଯାଇଥାଏ ।

ପାଟରା ସେବକ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପଇତା ବୋଳି ସାରି ପାଟରା ସେବକ ଦେଉଳକରଣଙ୍କୁ ଯୋଗାଇଥାନ୍ତି ଏବଂ ଦେଉଳ କରଣ ତାହା ଦଇତାପତି ସେବାୟତଙ୍କୁ ପ୍ରଦାନ କରିବା ପରେ ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.