ସରିଲା ଶ୍ରୀଜୀଉଙ୍କ ପହଣ୍ଡି ବିଜେ, ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ (କେନ୍ୟୁଜ): ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା । ଶେଷ ହୋଇଛି ଶ୍ରୀଜୀଉଙ୍କ ପହଣ୍ଡି ବିଜେ । ଆଜି ଭୋର୍‌ ସାଢ଼େ ୪ଟାରେ ମଙ୍ଗଳାର୍ପଣ ପରେ ୫ଟାରୁ ୭ଟା ଭିତରେ ଡୋର ଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ବିଜେ ଆରମ୍ଭ ହୋଇଥିଲା । ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ବିଜେ କରିଛନ୍ତି।

ସ୍ନାନ ମଣ୍ଡପରେ ୧୦୮ କଳସୀ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ପ୍ରତିବର୍ଷ ଜ୍ୟୋଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ପ୍ରତ୍ୟକ୍ଷ ଶ୍ରୀଅଙ୍ଗ ଜଳସ୍ନାନ କରନ୍ତି । ବାକି ବର୍ଷ ସାରା ତାଙ୍କୁ ବିମ୍ବସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ୩୫ ଗରା ସୁବାସିତ ଜଳରେ ସ୍ନାନ କରିବେ କାଳିଆ ଠାକୁର । ୩୩ ଗରା ବଳଭଦ୍ର, ୨୨ ଗରା ଦେବୀ ସୁଭଦ୍ରା ଓ ୧୮ ଗରାରେ ସୁଦର୍ଶନଙ୍କୁ ସ୍ନାନ କରାଯିବ । କାଳିଆକୁ ଆଖି ପୁରାଇ ଦେଖିବାକୁ ଜନସମୁଦ୍ର ହୋଇଛି ପୁରୀ । ଲକ୍ଷାଧିକ ଭକ୍ତ ସ୍ନାନଯାତ୍ରା ଅବସରେ ପୁରୀ ଆସିଛନ୍ତି ।

 

 

Leave A Reply

Your email address will not be published.