ଆଜି ମହାପ୍ରଭୁଙ୍କର ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆଜି ବୈଶାଖ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଆଜି (ସୋମବାର) ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତି ଅପରାହ୍ଣରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।
ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟତଃ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ୨୧ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ ।