ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ସନ୍ଧ୍ୟା ୭ ଟାରୁ ରାତି ୧୧ ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ପୁରୀ (କେନ୍ୟୁଜ): ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ । ଦତ୍ତ ମହାପ୍ରାତ୍ର ସେବାୟତ ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଗତକାଲି ମହାପ୍ରଭୁଙ୍କ ପହୁଡ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଆଜି ଗୁଣ୍ଡିଚା ମନ୍ଦିର ଦ୍ୱାର ଖୋଲାଯାଇ ନୀତିକାନ୍ତି ଚାଲିଛି । ଆଡପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ଆସନ୍ତାକାଲି ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.