ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ବସୁଛି ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ

ପୁରୀ(କେନ୍ୟୁଜ୍): ୧୦ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ପୁରୀରେ ବସୁଛି ନୀତି ସବ୍‌ କମିଟି ଓ ଛତିଶା ନିଯୋଗ ବୈଠକ । ସଂଧ୍ୟା ୫ଟା ୩୦ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କେଉଁ କେଉଁ ସେବାୟତ ଉପସ୍ଥିତ ରହିବେ, କିଭଳି ଦର୍ଶନ କରିବେ, କେଉଁମାନେ ଶ୍ରୀମନ୍ଦିର ନିକଟରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ, ସେନେଇ ଆଲୋଚନା କରାଯିବ ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ଓ ୧୧ ତାରିଖ ଦୁଇ ଦିନ ଓଡ଼ିଶାରେ ରହିବେ ରାଷ୍ଟ୍ରପତି । ୧୦ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ।

ପରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ରାଷ୍ଟ୍ରପତି । ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ । ୧୧ରେ ମାରାଥନ୍‌ କାର୍ଯ୍ୟକ୍ରମ ପରେ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.