Categories: ରାଜ୍ୟ

ପୁରୀ ହିଂସାକାଣ୍ଡ ଘଟଣାରେ ଆଉ ୧୨ ଜଣ ଗିରଫ, ଏପଟେ ଆମିକସ୍‌ କ୍ୟୁରୀଙ୍କୁ ପ୍ରଦାନ କରାଯାଇଛି ରିପୋର୍ଟ

ପୁରୀ(କେନ୍ଯୁଜ୍) : ପୁରୀରେ ବନ୍ଦ ପାଳନ ବେଳେ ହିଂସାକାଣ୍ଡ ଘଟଣାରେ ଆଉ ୧୨ ଜଣ ଗିରଫ । ଆଜି ସେମାନଙ୍କୁ ଗିରଫ କରିଛି ପୁରୀ ପୋଲିସ । ଏପର୍ଯ୍ଯନ୍ତ ହିଂସାକାଣ୍ଡ ଓ ଗଣ୍ଡଗୋଳ ମାମଲାରେ ମୋଟ ୨୩ ଜଣଙ୍କୁ ଗିରଫ କରାଯାଇଛି । ପୂର୍ବରୁ ଗିରଫ ହୋଇଥିଲେ ୧୧ ଜଣ । ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ବିରୋଧ କରି ଗତ ବୁଧବାର ଦିନ ପୁରୀରେ ବନ୍ଦ ପାଳନ ବେଳେ ସହରର ବିଭିନ୍ନ ସ୍ଥାନରେ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା କରିଥିଲେ ଉତ୍ତ୍ୟକ୍ତ ଲୋକ । ଆନ୍ଦୋଳନକାରୀ ବ୍ୟାରିକେଡ ଭାଙ୍ଗିବା ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ଯାଳୟରେ ବ୍ୟାପକ ଭଙ୍ଗାରୁଜା କରିଥିଲେ ।  ଏନେଇ ଟାଉନ ଥାନାରେ ରୁଜୁ କରାଯାଇଥିଲା ମାମଲା । ହିଂସାକାଣ୍ଡ ବେଳର ସିସିଟିଭି ଫୁଟେଜ ଆଧାରରେ ଅଭିଯୁକ୍ତଙ୍କୁ ଚିହ୍ନଟ କରି କାର୍ଯ୍ଯନୁଷ୍ଠାନ ଗ୍ରହଣ କରୁଛି  ପୋଲିସ ।

ଏପଟେ ହିଂସାକାଣ୍ଡ ଘଟଣାରେ ଆମିକସ୍‌ କ୍ୟୁରୀଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି । ଆମିକସ୍‌ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ୍‌ଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରିପୋର୍ଟ ପ୍ରଦାନ କରିଛନ୍ତି । ଏହି ଘଟଣା ସମ୍ପର୍କରେ ଆମିକସ କ୍ୟୁରୀ ଶ୍ରୀମନ୍ଦିର ପ୍ରଶାସନକୁ ରିପୋର୍ଟ ମାଗିଥିଲେ ।

KNews Bureau

Recent Posts

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

5 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

21 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

27 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

40 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

2 hours ago