ରାଜ୍ୟ

ବିଧାନସଭା ପ୍ରଶ୍ନକାଳରେ ଗୃହରେ ବାଲି ତାତି: ସରକାରଙ୍କୁ ଘେରିଲେ ଉଭୟ ବିଜେପି ଓ କଂଗ୍ରେସ

ଭୁବନେଶ୍ବର: ବିଧାନସଭା ପ୍ରଶ୍ନକାଳରେ ଗୃହରେ ବାଲି ତାତି। ବାଲି ତାତି ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ଉଭୟ ବିଜେପି ଓ କଂଗ୍ରେସ। ରାଜ୍ୟରେ ବ୍ୟାପକ ବାଲି ଚୋରି ହେଉଥିବାବେଳେ ସରକାର କାହିଁକି ବାଲି ନୀତି ଆଣୁନାହାଁନ୍ତି ବୋଲି ବିଜେପି ପ୍ରଶ୍ନ କରିଛି। ବାଲି ନୀତି ଚିଠା ପ୍ରସ୍ତାବ କଣପାଇଁ କାର୍ଯ୍ୟକାରୀ ହେଉନି ବୋଲି ପ୍ରଶ୍ନ କରିଥିଲେ ବିରୋଧୀ।

ବାଲି ନୀତି ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ପ୍ରତିକ୍ରିୟା ରଖି କହିଛନ୍ତି, ବିଦେଶକୁ ବାଲି ଚାଲାଣ ହେଉନାହିଁ। ବିଭିନ୍ନ ସମୟରେ ଦୁଇ ତିନୋଟି ରାଜ୍ୟକୁ ଆମେ ବାଲି ଦେଇଛୁ। ଖୁବ୍‌ଶୀଘ୍ର ସ୍ୱତନ୍ତ୍ର ବାଲି ନୀତି କରିବାକୁ ଯାଉଛୁ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି। ବାଚସ୍ପତି ମଧ୍ୟ ଗୃହରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବାଚସ୍ପତିଙ୍କ ନିଜ ନିର୍ବାଚନ ମଣ୍ଡଳୀରୁ ଆନ୍ଧ୍ରକୁ ବାଲି ଚାଲାଣ ହେଉଛି। କଣ ପାଇଁ ୩ ବର୍ଷ ହେଲା ବାଲି ନୀତି କାର୍ଯ୍ୟକାରୀ ହେଉନି ବୋଲି ମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ବାଚସ୍ପତି। ବାଲି ବାବଦରେ ରାଜ୍ୟ ସରକାର ୧୫୦୦କୋଟି ରାଜସ୍ୱ ପାଉଛନ୍ତି। କିନ୍ତୁ ୫ହଜାର କୋଟି ରାଜସ୍ୱ ହରାଉଛନ୍ତି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago