ପୁରୀ : ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଆଜି ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରି ନଗର ପରିକ୍ରମା କରି ପନ୍ତି ଭୋଗ ଖାଇବା ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ।
ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନିତି ଅନୁଷ୍ଠିତ ହେବ। ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନିତି ସମ୍ପର୍ଣ କରିବେ। ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତନ କରିବେ। ଗତକାଲି ରାତିରେ ଶ୍ରୀମନ୍ଦିରରେ କେକେସି ରାକ୍ଷସ ବଧ ନିତି ଅନୁଷ୍ଠିତ ହୋଇଥିଲା।