ରାଜ୍ୟ

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା ସହ ଆୟବ୍ୟୟର ହିସାବ ନେବେ ଶ୍ରୀସୁଦର୍ଶନ

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇଥାନ୍ତି। ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ ।

ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନୀତି ଅନୁଷ୍ଠିତ ହେବ । ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନୀତି ସମ୍ପର୍ଣ୍ଣ କରିବେ । ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ । ଗତକାଲି ରାତିରେ ଶ୍ରୀମନ୍ଦିରରେ କେକେସି ରାକ୍ଷସ ବଧ ନିତି ଅନୁଷ୍ଠିତ ହୋଇଥିଲା ।

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

31 seconds ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

2 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

43 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

57 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago