ଆଜି ରେଖା ପଞ୍ଚମୀ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ରାହୁରେଖା ନୀତି

ଆଜି ରେଖା ପଞ୍ଚମୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ରାହୁରେଖା ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ । ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ ।

ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ରାହୁରେଖା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀଜିଉଙ୍କ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୩ଟା ରୁ ରାତି ୮ ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା ।

ପୁନର୍ବାର ଆଜି ଦେଉଳକରଣ,ତଢଉ କରଣ,ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି,ମଇଲମ କରିବା ସହ ମହାଜନ ସେବାୟତ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ।

ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତିଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ । ନୀତି ସରିବା ପରେ ପୁଣି ସର୍ବ ସାଧାରଣ ଦର୍ଶନ ଆରମ୍ଭ ହେବ ।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.