ଭୁବନେଶ୍ୱରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ

ଭୁବନେଶ୍ୱରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି । ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନ ନିରୀକ୍ଷଣ କରିବେ ।

ଭୁବନେଶ୍ୱରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି । ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନ ନିରୀକ୍ଷଣ କରିବେ ।

ଏଥିସହ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥାର ସମୀକ୍ଷା କରିବେ । ଜୁନ ୨୦ ତାରିଖ ପୂର୍ବାହ୍ନରେ ଅଶ୍ୱିନୀ ବୈଷ୍ଣବ ପୁରୀରେ ରଥଯାତ୍ରା ପରିଦର୍ଶନ କରିବା ପରେ ବାଲେଶ୍ୱର ଜିଲ୍ଲା ବାହାନାଗା ବଜାରକୁ ଯାଇ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା ହେବେ ।

ବାହାନଗା ରେଳ ଷ୍ଟେସନରେ ୨ ତାରିଖରେ କରମଣ୍ଡଳ ଦୁର୍ଘଟଣା ହୋଇଥିଲା । ସେହି ସମୟରେ ବାହାନଗା ବାସିନ୍ଦା ଅନେକ ସାହାଯ୍ୟ କରିଥିଲେ । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ ।

ସେହି ବ୍ୟକ୍ତଙ୍କୁ ଭେଟିବେ ଅଶ୍ୱିନୀ ବୈଷ୍ଣବ । ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଏବଂ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ । ରେଳମନ୍ତ୍ରୀ ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.