ପୁରୀରୁ ଗଡ଼ିଲା ତପସ୍ବିନୀ ଏକ୍ସପ୍ରେସ: ଶୁଭାରମ୍ଭ କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର(କେନ୍ୟୁଜ୍):  ରାଜଧାନୀ କୋଚ ସହିତ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ଶୁଭାରମ୍ଭ କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଭୁବନେଶ୍ବର ରେଳ ଷ୍ଟେସନରେ ଭିଡିଓ କନଫରେନ୍ସ ମାଧ୍ୟମରେ ପୁରୀରୁ ଗଡ଼ିଲା ତପସ୍ବିନୀ ଏକ୍ସପ୍ରେସ। ଯାତ୍ରୀମାନଙ୍କୁ ଉନ୍ନତ ତଥା ଆରାମଦାୟକ ଯାତ୍ରା ଯୋଗାଇବ ପାଇଁ ରେଳବାଇ ପକ୍ଷରୁ 18452/18451 ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ବର୍ତ୍ତମାନର ପ୍ରଚଳିତ କୋଚ ପରିବର୍ତ୍ତେ ଉନ୍ନତମାନର ରାଜଧାନୀ କୋଚ ଭଳି ଲିଙ୍କେ-ହୋଫମାନ-ବୁଶ (LHB) କୋଚ ସହିତ ଚଳାଇବାକୁ ସ୍ଥିର ହୋଇଛି ।

ଏହି ସୁବିଧା ଆରାମଦାୟକ ଯାତ୍ରା ଅଭିଜ୍ଞତା ଏବଂ କମ୍ ଶବ୍ଦ ସହିତ ସୁରକ୍ଷାକୁ ବୃଦ୍ଧି କରାଇବ ।  ଏହି ଶୁଭାରମ୍ଭ ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭର୍ଚୁଆଲି ଯୋଗ ଦେଇଥିବା ବେଳେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ବିଧାୟକ ସୁର ରାଉତରାୟ ଯୋଗ ଦେଇଥିଲେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.