ରାଜ୍ୟରେ କାଲିଠୁ ପୁଣି ବର୍ଷା ! ଆଜି ପୁରୀ ସମେତ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ଆଜି ରାଜ୍ୟରେ ବର୍ଷାର ପ୍ରଭାବ କମ୍‌ ରହିବ । ଆଜି ପୁରୀ ସମେତ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ପୁଣି ବଢ଼ିବ ପରିମାଣ । ୨୦ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୧ରେ ସବୁଠୁ ଅଧିକ ବର୍ଷା ହୋଇପାରେ ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଗକୁ ଆସୁଛି ବଡ଼ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ କାଲିଠୁ ପୁଣି ବର୍ଷା ହେବ । ୨୨ ତାରିଖ ଯାଏ ପ୍ରବଳ ବର୍ଷିବ । ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ଆଜି ରାଜ୍ୟରେ ବର୍ଷାର ପ୍ରଭାବ କମ୍‌ ରହିବ ।

ଆଜି ପୁରୀ ସମେତ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ପୁଣି ବଢ଼ିବ ପରିମାଣ । ୨୦ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୧ରେ ସବୁଠୁ ଅଧିକ ବର୍ଷା ହୋଇପାରେ । କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ ।

କିଛି ଦିନର ଲଗାଣ ବର୍ଷା ପରେ ରାଜ୍ୟରେ ଭରଣା ହୋଇଛି ନିଅଣ୍ଟିଆ ସ୍ଥିତି । ବର୍ତ୍ତମାନ ସୁଦ୍ଧା ମୌସୁମୀ ଋତୁରେ ସ୍ୱାଭାବିକ ତୁଳନାରେ ୨୦ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.