୨୪ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୮ ଓ ୧୯ ତାରିଖରେ ପାଗ ଶୁଖିଲା ରହିବ । ୨୦ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ବର୍ଷା ହୋଇପାରେ । ସ୍ପଳ୍ପରୁ ମଧ୍ୟମ ଧରଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନାହିଁ ।…

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.