Below header

ଆଜି ବି ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର (କେନ୍ୟୁଜ୍) : ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷା ହୋଇଛି। ଏହି ବର୍ଷା ହେବା ସମୟରେ ପବନ ଘଣ୍ଟାକୁ ୪୫ରୁ ୫୫ କିମି ମଧ୍ୟରେ ବହୁଥିଲା। ଆଜିଠାରୁ ମଧ୍ୟ କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଓ କୋରାପୁଟ ଆଦି ଜିଲ୍ଲାର କିଛି ସ୍ଥାନରେ ଝଡ଼ବର୍ଷା ହେବା ସହ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରି କମିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.