Below header

କିଛି ସମୟ ଭିତରେ ବର୍ଷା ଓ ବଜ୍ରପାତର ସମ୍ଭାନା, ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେ ନ୍ୟୁଜ୍‌) : କିଛି ସମୟ ଭିତରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । କୁଆପଥର ବର୍ଷା ହେବ । କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି କନ୍ଧମାଳ, ନବରଙ୍ଗପୁର, ସମ୍ବଲପୁର, ଦେବଗଡ଼ ଏବଂ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.