ବଦଳିଲା ପାଗ, ଭୋରରୁ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା

ରାଜ୍ୟର ଅଧିକାଂଶ ସ୍ଥାନରେ ତଳମୁହାଁ ପାରଦ ।  ଗତ ୨୪ ଘଣ୍ଟାରେ କେବଳ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୫.୬  ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆଜି ଭୋରରୁ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।  

ଭୁବନେଶ୍ୱର (କେନ୍ୟୁଜ): ବଦଳିଲା ପାଗ ।  ଖସିଲା ପାରଦ ।  ରାଜ୍ୟର ଅଧିକାଂଶ ସ୍ଥାନରେ ତଳମୁହାଁ ପାରଦ ।  ଗତ ୨୪ ଘଣ୍ଟାରେ କେବଳ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୫.୬  ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆଜି ଭୋରରୁ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।   ଆଜି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ହେବ ।

ଏଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୫ ଦିନ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି ।  ୨୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।   ପଶ୍ଚିମା ଝଡ଼ ଓ ଗୁରୁଚାପ ବଳୟ  ଯୋଗୁ ଜଳୀୟବାଷ୍ପ ବାୟୁମଣ୍ଡଳରେ ରହିବ । ଏହା ପଶ୍ଚିମ ପଟରୁ ଆସୁଥିବା ଶୁଷ୍କ ପବନ ସଂସ୍ପର୍ଶରେ ଆସି ବର୍ଷା କରାଇବା ସମ୍ଭାବନା ରହିଛି । ବର୍ଷା ତାତିରୁ ଆଶ୍ବସ୍ତି ଆଣିଦେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.