ଆଜିଠୁ ପୁଣି ନୂଅ ପଶ୍ଚିମା ଝଡ଼, ୧ ତାରିଖ ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଲାଗି ରହିବ

ଆସନ୍ତାକାଲି ୧୨ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ ପବନ ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ।

କେନ୍ୟୁଜ୍(ବ୍ୟୁରୋ):  ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଚାଲିଛି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ । ଆଜିଠୁ ପୁଣି ନୂଅ ପଶ୍ଚିମା ଝଡ଼ । କାଲିଠୁ ପ୍ରଭାବ ଦେଖାଇବ । ଆସନ୍ତା ୧ ତାରିଖ ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଲାଗି ରହିବ । ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ୩୧ ତାରିଖରେ ରାଜ୍ୟରେ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ ରହିବ ।

ଆଜି ବିଜୁଳି ଘଡ଼ଘଡ଼ି ସହ ୯ ଜିଲ୍ଲାରେ ବର୍ଷା ହେବ । ଆସନ୍ତାକାଲି ୧୨ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ ପବନ ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର । ୩୧ ତାରିଖରେ ପଶ୍ଚିମା ଝଡ଼ର ପ୍ରକୋପ ଅଧିକ ରହିବ । ୧୭ ଜିଲ୍ଲାକୁ ଝଡ଼ ପବନ ସାଙ୍ଗକୁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.