ରାଜ୍ୟରେ କୋହଲା ପାଗ ସହ ଝିପି ଝିପି ବର୍ଷା, ଆଜିଠୁ ୯ ତାରିଖ ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ କୋହଲା ପାଗ ସହ ଝିପି ଝିପି ବର୍ଷା। ଆସନ୍ତା ୯ ତାରିଖ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଉ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ୭ରୁ ୯ ତାରିଖ ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆଜି ଉପକୂଳ ଓଡ଼ିଶା ସହ କନ୍ଧମାଳ, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ନବରଙ୍ଗପୁର ଆଦି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ୮ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ସୋନପୁର, ଦେଓଗଡ଼, କେନ୍ଦୁଝର, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ହେବାର ସମ୍ଭାବନା ରହିଛି । ୧୦ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.