ଲଘୁଚାପ ପ୍ରଭାବରେ ବର୍ଷା ଜାରି, ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ବର୍ଷା ଜାରି ।  ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି ।  ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ । ଏହା କ୍ରମଶଃ ଉତ୍ତର ଦିଗରେ ଗତି କରିବ ।  ୯ତାରିଖରେ ଘନୀଭୂତ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉତ୍ତର ଓଡ଼ିଶାରେ ଅବପାତରେ ପରିଣତ ହେବ ।  ପରେ ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିବ ।  ଲଘୁଚାପ ପ୍ରଭାବରେ ୧୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି  ।

ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।  ସେହିପରି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । କାଲିଠୁ ବଢ଼ିବ ବର୍ଷା ପରିମାଣ ।  ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ । ୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ । କାଲିଠୁ ୧୦ ତାରିଖ ଯାଏ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି  ।

You might also like