ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ବଙ୍ଗୋପସାଗରରେ ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ।  ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ଼ ଆଡ଼କୁ ଅତିକ୍ରମ କରୁଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବରଗଡ଼, ନୂଆପଡ଼ା ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସେହିପରି ପ୍ରବଳ ବର୍ଷା ପାଇଁ ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ସମୁଦ୍ର ଅଶାନ୍ତ ଥିବାରୁ ରାଜ୍ୟର ଗୋପାଳପୁର ଓ ପୁରୀ ପାଇଁ ୩ ନଂ ବିପଦ ସଙ୍କେଦ ଜାରି ହୋଇଥିବା ବେଳେ ପାରାଦ୍ୱୀପ ଓ ଧାମରା ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ ଜାରି କରାଯାଇଛି। ଏହା ବ୍ୟତୀତ ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଥିବା ବେଳେ ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। କଚ୍ଚା ଘର କଚ୍ଚା ରାସ୍ତା ମଧ୍ୟ ପ୍ରଭାବିତ ହେବା ସହ ଗଛ ଡାଳ ଭାଙ୍ଗିବାର ସମ୍ଭାବନା ରହିଥିବ ପୂର୍ବାନୁମାନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like