ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ବର୍ଷା, ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ଗତକାଲି ରାତିରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ବର୍ଷା । ସମୟ କ୍ରମେ ଅଧିକ ଘନୀଭୂତ ହେଉଛି ଲଘୁଚାପ ।  ଆଜି ପାଇଁ ଭୀଷଣ ବର୍ଷା ସମ୍ଭାବନା ଥିବା ୫ ଜିଲ୍ଲାକୁ ରେଡୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେଙ୍କାନାଳ ।

ସେହିପରି ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି, ସୋନପୁର ଓ ବଲାଙ୍ଗୀରକୁ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ସେହିପରି ୭ଟି ଜିଲ୍ଲା ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼ସ ଝାରସୁଗୁଡ଼ା, ବରଗଡ଼, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ଷା ମୁକାବିଲା ପାଇଁ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.