ଲଘୁଚାପ ପ୍ରଭାବରେ ଆଜି ବି ବର୍ଷିବ, ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଜି ବି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇପାରେ । ୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ବି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇପାରେ । ୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା । କିଛି ସ୍ଥାନରେ ୭ରୁ ୨୦ ସେମି ଯାଏ ବର୍ଷା ସମ୍ଭାବନା ରହିଛି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ସହରାଞ୍ଚଳ ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ । ଏଥିପାଇଁ ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଂକୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଆସନ୍ତାକାଲି ବର୍ଷା ପ୍ରଭାବ କମିବ ।

ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୧୧ ଜିଲ୍ଲାରେ ନିଅଣ୍ଟିଆ, ୧୮ରେ ସ୍ବାଭାବିକ ଓ ଗୋଟିଏ ଜିଲ୍ଲାରେ ଅଧିକ ବର୍ଷା ହୋଇଛି । ଚଳିତ ଲଘୁଚାପ ବର୍ଷା ନିଅଣ୍ଟିଆ ସ୍ଥିତିକୁ ଭରଣା କରିବ ବୋଲି ଆଶା କରାଯାଉଛି ।