ରାଜ୍ୟ

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (କେନ୍ୟୁଜ): ୯ ଜିଲ୍ଲାରେ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦକ୍ଷିଣ-ପୂର୍ବ ଝାଡଖଣ୍ଡ ଓ ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଏହସହ ଜଡିତ ମେଘଖଣ୍ଡ ଓଡ଼ିଶାର କିଛି ଅଞ୍ଚଳ ଉପରେ ରହୁଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କେଉଁଠି ପ୍ରବଳ ତ ଆଉ କେଉଁଠି ଝିପଝିପ ବର୍ଷା ।

ଲଘୁଚାପ ପ୍ରଭାବରେ ଆଜି ୯ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ବର , ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬.୮ ମିଲିମିଟର ବର୍ଷା ହୋଇଛି। ଯାହାକି ସ୍ବାଭାବିକ ବର୍ଷା ୪.୬ ତୁଳନାରେ ୪୭୭ ପ୍ରତିଶତ ଅଧିକ । ଲଘୁଚାପ ପଶ୍ଚିମବଙ୍ଗ ଅତିକ୍ରମ କରିବା ପରେ ରାଜ୍ୟରେ ବର୍ଷା କମିବା ସହ ଏହାପରେ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ବୋଲି ଜଣାପଡିଛି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago