ଭିଜୁଛି ଓଡ଼ିଶା, ୧୩ ତାରିଖ ଯାଏ ଲାଗି ରହିବ ବର୍ଷା

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଏବେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଆହୁରି ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଅବପାତ ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ୧୩ ତାରିଖ ଯାଏ ବର୍ଷା ଲାଗି ରହିବ । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ବଲାଙ୍ଗୀର, କୋରାପୁଟ, ବୌଦ୍ଦ ଓ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୮ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ଅତ୍ୟଧିକ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳ ଜଳମଗ୍ନ ହୋଇପାରେ । ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି । ପୂର୍ଣ୍ଣମୀ ପ୍ରଭାବରେ ଜୁଆର ଆସିପାରେ । ସମୁଦ୍ର ଅଶାନ୍ତ ରହିବ । ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବ । ଏଥିପାଇଁ ୧୨ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.