Below header

ବଙ୍ଗୋପସାଗରରେ ଉତ୍ତର ପୂର୍ବ କେନ୍ଦ୍ରୀୟ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ୬ ରୁ ୭ ତାରିଖ ଯାଏଁ ରହିବ ବର୍ଷାର ପ୍ରଭାବ

କେନ୍ୟୁଜ୍(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର ପୂର୍ବ, ପୂର୍ବ-କେନ୍ଦ୍ରୀୟ ଅଞ୍ଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ରାଜ୍ୟରେ ୬ ଓ ୭ ତାରିଖରେ ଏହାର ସର୍ବାଧିକ ପ୍ରଭାବ ରହିବ ।

୬ରେ ଉତ୍ତର ଓଡିଶାର ଉପକୂଳ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ସମ୍ଭାବନା ରହିଛି । ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଲଘୁଚାପ ଗତି କରିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.