ରାଜ୍ୟରେ ପୁଣି ବଢିବ ବର୍ଷା: ଭିଜିବ ଦଶହରା

ଭୁବନେଶ୍ବର(କେନ୍ୟୁଜ୍):ଏଥର ଭିଜିବ ଦଶହରା। ରାଜ୍ୟରେ ପୁଣି ବଢିବ ବର୍ଷା। ୨୭ ତାରିଖରୁ ବଢିବ ବର୍ଷାର ବିସ୍ତୃତି । ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୯ରୁ ୪ ତାରିଖ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି । ରାଜ୍ୟରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

୩ ଦିନ ପର୍ଯ୍ୟନ୍ତ ସକାଳେ ଖରା ଅପରାହ୍ନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବ । ଡାପମାତ୍ରା ବୃଦ୍ଧି ସହ ବାୟୁମଣ୍ଡଳରେ ବଢିବ ଆର୍ଦ୍ରତା । ଗତ ୨୪ ଘଣ୍ଟା ମଧ୍ୟରେ କଟକ କଣ୍ଟାପଡାରେ ୯୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.