ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଲେ SRC

ଆସନ୍ତା ୩ ରୁ ୪ ଦିନ ଭଲ ବର୍ଷା ହେଲେ ଚାଷ ଓ ଚାଷୀଙ୍କ ପାଇଁ ଅନୁକୂଳ ହେବ। ରାଜ୍ୟରେ ନଦୀ ମାନଙ୍କରେ ବିଶେଷ ପାଣି ନାହିଁ, ତେଣୁ ହୀରାକୁଦ ଗେଟ ଖୋଲିଲେ ଅସୁବିଧା ନାହିଁ ବୋଲି କହିଛନ୍ତି SRC।

କେନ୍ୟୁଜ୍(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଅନ୍ୟପଟେ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏନେଇ ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି SRC । ଜଳସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ମଧ୍ୟ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି। ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ହୋଇ ଅଛନ୍ତି।

ମାଲକାନଗିରି ଜିଲ୍ଲାପାଳଙ୍କ ସହିତ କଥା ହୋଇଥିବା କହିଛନ୍ତି SRC ସତ୍ୟବ୍ରତ ସାହୁ । ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣରେ ରହିଛି । ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ଆବଶ୍ୟକତା ଅନୁସାରେ ସ୍ୱାଭାବିକ ବର୍ଷା ହୋଇଛି। ଆସନ୍ତା ୩ ରୁ ୪ ଦିନ ଭଲ ବର୍ଷା ହେଲେ ଚାଷ ଓ ଚାଷୀଙ୍କ ପାଇଁ ଅନୁକୂଳ ହେବ। ରାଜ୍ୟରେ ନଦୀ ମାନଙ୍କରେ ବିଶେଷ ପାଣି ନାହିଁ, ତେଣୁ ହୀରାକୁଦ ଗେଟ ଖୋଲିଲେ ଅସୁବିଧା ନାହିଁ ବୋଲି କହିଛନ୍ତି SRC।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.