ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ, ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଆଜି ଉତ୍ତର-ପଶ୍ଚିମ ପାଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି।

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ। ଆଜି ଉତ୍ତର-ପଶ୍ଚିମ ପାଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି।

ସେପଟେ ଫିଲିପାଇନ୍ସ ସାଗରରେ ବାତ୍ୟାର ଆଶଙ୍କା । ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ବାତ୍ୟାରେ ପରିଣତ ହେବ ବୋଲି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍‌ ନିକୋଲସ୍‌ ଆକଳନ କରିଛନ୍ତି । ଆସନ୍ତା ସପ୍ତାହ ବେଳକୁ ବାତ୍ୟା ଫିଲିପାଇନ୍ସ ଓ ତାଇଓ୍ଵାନରେ ପ୍ରଭାବ ପକାଇ ପାରେ । ..

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.