ଆଜି ସାରା ରାଜ୍ୟକୁ ଛୁଇଁଛି ମୌସୁମୀ, ବିଭିନ୍ନ ସ୍ଥାନରେ ବର୍ଷା

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା । ଗତକାଲି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା । ପାଗ ଅନୁକୂଳ ଥିବା ବେଳେ ଆଜି ଏହା ସାରା ରାଜ୍ୟକୁ ଛୁଇଁଛି । ୨୪ ଘଣ୍ଟା ଭିତରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିରରେ ପ୍ରବଳରୁ ପ୍ରବଳତର ବର୍ଷାର ସମ୍ଭାବନା ରହିଛି । ସେହିପରି ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବଙ୍ଗୋପସାଗର ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.