ଆହୁରି ୬ଦିନ ବର୍ଷିବ, ଆସନ୍ତାକାଲି ସକାଳ ସାଢେ ୮ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । ଆହୁରୀ ୬ଦିନ ବର୍ଷିବ । କାଳବୈଶାଖୀ ବର୍ଷା ନେଇ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଲର୍ଟ ଜାରି । ଆସନ୍ତାକାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ୩ଜିଲ୍ଲା ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ଆଲର୍ଟ ଜାରି କରାଯାଇଛି ।
ସେହିପରି ୬ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଏବଂ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୧୧ ତାରିଖ ସକାଳ ପର୍ଯ୍ୟନ୍ତ ହାଲକାରୁ ମଧ୍ୟମ ଧରଣରବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର କିଛି ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇଥିବା ବେଳେ ଅନ୍ୟ କୌଣସି ଜିଲ୍ଲାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ ।.
ଆହୁରି ପଢ଼ନ୍ତୁ : ବଢିବ କାଳବୈଶାଖୀ ପ୍ରକୋପ, ଆସନ୍ତା ୩ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା