ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଆସନ୍ତାକାଲିଠାରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା!

ଭୁବନେଶ୍ବର: ବଙ୍ଗୋପସାଗରରେ ପ୍ରବେଶ କରିଛି ଟାଇଫୁନ ମୋଲାଭର ଅଂଶବିଶେଷ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିିିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶ ଉପକୂଳ ଆଡକୁ ମୁହାଁଇବ ।

ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏପଟେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପ୍ରଭାବରେ ଆସାମ ମେଘାଳୟ, ନାଗାଲାଣ୍ଡ, ମଣିପୁର ଏବଂ ମିଜୋରାମରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.