Categories: ରାଜ୍ୟ

ପୁଣି ଦାନା ବାନ୍ଧୁଛି ଲଘୁଚାପ, ବର୍ଷା ମୁକାବିଲା ପାଇଁ ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ଯୁଜ୍) : ପୁଣି ଦାନା ବାନ୍ଧୁଛି ଲଘୁଚାପ । ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତିନି ଦିନ ଧରି ବର୍ଷା ସମ୍ଭାବନା ରହିଛି । ଗତକାଲି ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ବର୍ଷା ହୋଇଥିଲା । ପାଣିପାଗ କେନ୍ଦ୍ର ସୂଚନା ଦେଇଛି, ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା,ପୁରୀ, କଟକ ଓ ଗଞ୍ଜାମ ଏପରି ଆଠଟି ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ବି ରହିଛି ।

ବର୍ଷା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ରହିଥିବା ବେଳେ ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ଦିଆଯାଇଛି ନିର୍ଦ୍ଦେଶ । ଫସଲ ସୁରକ୍ଷା ନେଇ ଚାଷୀଙ୍କୁ ପରାମର୍ଶ ଦେଇଛି କୃଷି ବିଭାଗ । ସେହିପରି ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଦିଆଯାଇଛି । ସମୁଦ୍ର ମଧ୍ୟକୁ ନ ଯିବାକୁ କୁହାଯାଇଛି । ସମୁଦ୍ର ଭିତରକୁ ଯାଇଥିବା ସମସ୍ତ ମାଛଧରା ବୋଟଗୁଡ଼ିକୁ ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ଉପକୂଳ ଜିଲ୍ଲାଗୁଡ଼ିକର ସମସ୍ତ ମତ୍ସ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର ।

ଚାଷୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ

ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ପାଇଁ ଚାଷୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛି କୃଷି ବିଭାଗ । ଫସଲ ସୁରକ୍ଷିତ ରଖିବା ପାଇଁ ପରାମର୍ଶ ଦିଆଯାଇଛି । କାରଣ ବର୍ଷ ପରେ ରୋଗ ପୋକ ଭୟ ଦେଖାଦେଇଥାଏ । ବର୍ଷା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ରହିଥିବା ବେଳେ ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ଦିଆଯାଇଛି ନିର୍ଦ୍ଦେଶ । ସେହିପରି ଚାଷୀଙ୍କ ପାଇଁ ପରାମର୍ଶ ଜାରି କରିଛନ୍ତି ଓୟୁଏଟି କର୍ତ୍ତୃପକ୍ଷ । ପାଚି ଯାଇଥିବା ସଅଳ ଓ କିସମ ଧାନକୁ ତୁରନ୍ତ କାଟି ଆଣି ସୁରକ୍ଷିତ ସ୍ଥାନରେ ମହଜୁଦ ରଖିବା ପାଇଁ କୁହାଯାଇଛି ।

ଧାନ ଜମିରୁ ବଳକା ପାଣି ବାହାରି ଯିବା ପାଇଁ ନାଳୀ କରନ୍ତୁ ଓ ଏହାର ମୁହଁକୁ ଖୋଲା ରଖନ୍ତୁ । ବିଲରେ ପଡ଼ିଥିବା ଧାନ ଯେଭଳି ଗଜା ନହେବ ବର୍ଷା ଛାଡ଼ିବା ପରେ ୨ ଭାଗ ଲୁଣ ପାଣି ସିଞ୍ଚନ କରନ୍ତୁ । ବର୍ଷା ଛାଡ଼ିବା ପରେ ଧାନ, ପନିପରିବା ଓ ଡାଲି ଜାତୀୟ ଫସଲରେ ରୋଗ ପୋକ ଲାଗିବାର ସମ୍ଭାବନା ରହିଛି । ଏଥିପ୍ରତି ସଜାଗ ରହିବାକୁ କହିଛନ୍ତି ଓୟୁଏଟି କର୍ତ୍ତୃପକ୍ଷ ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

13 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

27 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

42 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

52 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago