୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ହେବ ବର୍ଷା

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଉପକୂଳ ଓ ଏହାର ଆଖପାଖରେ ରହିଛି। ସ୍ଥଳଭାଗକୁ ଏହା ଚାଲିଆସିଥିବାରୁ ଧୀରେ ଧୀରେ ଏହା ଦୁର୍ବଳ ହୋଇଛି। ଫଳରେ ବର୍ଷାର ପ୍ରକୋପ କମିବାରେ ଲାଗିଛି। ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ଲଘୁଚାପ ସଂପୂର୍ଣ୍ଣ ଦୁର୍ବଳ ହୋଇନଥିବାରୁ ସମୁଦ୍ର ଉପକୂଳ ଅଶାନ୍ତ ରହିବ। ଫଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ସତର୍କ ସୂଚନା ଦିଆଯାଇଛି। ଆସନ୍ତା ୧୯ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉପକୂଳ ଓଡ଼ିଶାରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।