ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

rainଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଉପରେ ଘୂର୍ଣ୍ଣିବଳୟ। ଏହି ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଛତିଶଗଡ଼ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରହୁଛି। ଏହାର ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା ୨ରୁ ୩ ଦିନ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଲଗୁଚାପରେ ପରିଣତ ହେଲେ ବର୍ଷା ପରିମାଣ ବଢିବ ସୂଚନା ରହିଛି।

Leave A Reply

Your email address will not be published.